ରାଜ୍ୟରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ରାଜ୍ୟର ସବୁ ଜିଲ୍ଲାପାଳ ଓ ଆରଡିସିଙ୍କ ଛୁଟି ବାତିଲ କଲେ ସରକାର

ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ବଡ଼ ଖବର ।  ରାଜ୍ୟର ସବୁ ଜିଲ୍ଲାପାଳ ଓ ଆରଡିସିଙ୍କ ଛୁଟି ବାତିଲ ।  ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ଦେଶର ପଶ୍ଚିମ ଭାଗରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଛୁଟିରେ ଥିବା ଜିଲ୍ଲାପାଳ ଓ ଆରଡିସିଙ୍କୁ ତୁରନ୍ତ ମୁଖ୍ୟାଳୟକୁ ଫେରିବା ସହ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି ।  ଏହି ସମୟରେ କୌଣସି ଛୁଟି ମଂଜୁର ହେବ ନାହିଁ ।

ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ସେହିପରି ସବୁ ଆଇପିଏସ ଅଫିସରଙ୍କ ଛୁଟି ବାତିଲ ହୋଇଛି ।  ଏନେଇ ଗୃହ ବିଭାଗର ଅତିରିକ୍ତ ସଚିବ ପୋଲିସ ଡିଜିଙ୍କୁ ଚିଠି ଲେଖି ଜଣାଇଛନ୍ତି ।  ସୀମାରେ ଯୁଦ୍ଧ ଚାଲିଥିବା ବେଳେ କେଉଁ ସମୟରେ କିଛି ବି ହୋଇପାରେ, ଏହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।