ସେପ୍ଟେମ୍ବର ୧୯ରୁ ହବିଷ୍ୟାଳିଙ୍କ ଅନଲାଇନ୍ ପଞ୍ଜୀକରଣ ଆରମ୍ଭ
ସେପ୍ଟେମ୍ବର ୧୯ରୁ ହବିଷ୍ୟାଳିଙ୍କ ଅନଲାଇନ୍ ପଞ୍ଜୀକରଣ ଆରମ୍ଭ । https://edistrict.odisha.gov.inରେ ଆବେଦନ କରିପାରିବେ । ହବିଷ୍ୟାଳୀ ମାଆମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟସ୍ଥଳରେ ରଖାଯିବ । ହବିଷ୍ୟାଳୀ କେନ୍ଦ୍ରଗୁଡିକ ହବିଷ ବ୍ରତ ଆରମ୍ଭ ପୂର୍ବରୁ ପ୍ରସ୍ତୁତ ରଖିବା, ମା’ ମାନଙ୍କର ଭଲ ଭାବେ ରହଣି ବ୍ୟବସ୍ଥା, ପାନୀୟ ଜଳ, ଶୌଚାଳୟ, ଆଲୋକ ବ୍ୟବସ୍ଥା,ସ୍ବାସ୍ଥ୍ୟ ସେବା ଇତ୍ୟାଦିକୁ ସୁନିଶ୍ଚିତ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ସମସ୍ତଙ୍କୁ ସ୍ୱାଗତ କରି ବୃନ୍ଦାବତୀ ନିବାସ ,ବଗଲା ଧର୍ମଶାଳା , ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟ ସ୍ଥଳ ଠାରେ ହବିଷ୍ୟାଳୀ ମା’ ମାନଙ୍କର ରହଣିର ବ୍ୟବସ୍ଥା କରାଯାଉଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବରିଷ୍ଠ ଅଧିକାରୀ ଏହାକୁ ଅନୁଧ୍ୟାନ କରିଛନ୍ତି ବୋଲି କୁହାଯାଇଛି । ହବିଷ୍ୟାଳୀ ଯୋଜନା ଆଧାରରେ ବୟସ୍କା ମାଆମାନେ ଏହି ବ୍ରତରେ ସାମିଲ ହେଉଛନ୍ତି । ତେଣୁ ସରକାରଙ୍କ ପରାମର୍ଶ କ୍ରମେ ଜିଲ୍ଲା ପ୍ରଶାସନ ସମସ୍ତ ସୁବିଧା ସେମାନଙ୍କୁ ଯୋଗାଇ ବାକୁ ବ୍ୟବସ୍ଥା କରୁଛି ।ସେମାନଙ୍କର ସୁରକ୍ଷିତ ରହଣି, ସୁରକ୍ଷା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ପ୍ରବଚନ, ଭଜନ,ପାଲା ଇତ୍ୟାଦି ବ୍ୟବସ୍ଥା, ଚିକିତ୍ସା, ପରିମଳ,ପାନୀୟ ଜଳ, ସ୍ୱଛାସେବୀ ସହଯୋଗ ଇତ୍ୟାଦି ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗମାନଙ୍କୁ ପରାମର୍ଶ ଦେଇଥିଲେ । ଏହାକୁ ସୁ ନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀ ମାନଙ୍କୁ ଦାୟିତ୍ୱ ଦିଆଯିବ । ମା’ ମାନଙ୍କୁ ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ୱଛାସେବୀ ମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ । ଏହି କାର୍ଯ୍ୟ ଏକ ବ୍ୟାପକ ଓ ଏକ ମାସ ଧରି କରିବାର ଆବଶ୍ୟକତା ଥିବାରୁ ବିଭାଗ ବିଭାଗର କର୍ମଚାରୀ ଓ ସ୍ୱଛାସେବୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯିବ l
