‘ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ’
ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା । ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ । ଏନେଇ ମୋହନ ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି । ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ଗୋଟିଏ କାର୍ଡ ଜାରି ହେବ । ଆକଳନ ଅନୁଯାୟୀ ସାଢେ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ । ଆୟୁଷ୍ମାନ ଭାରତ ଭଳି ରାଜ୍ୟରେ ୭୦ ବର୍ଷରୁ ଊର୍ଦ୍ଧ୍ୱ ସୁବିଧା ପାଇବେ। ରାସନ କାର୍ଡ ପାଇଁ ଇ-କଓ୍ବୋଇସି ଚାଲିଛି। ସରିବା ପରେ ସଂଖ୍ୟା ଜଣାପଡିବ। BSKY ଯୋଜନାରେ ୯୫୭ ହସ୍ପିଟାଲରେ ସୁବିଧା ମିଳୁଥିଲା । ଏଣିକି ୨୭ ହଜାରରୁ ଊର୍ଦ୍ଧ୍ୱ ଅନୁବନ୍ଧିତ ହସ୍ପିଟାଲରେ ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।