ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ, ସରକାର ଅନୁଧ୍ୟାନ କରିବେ

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ସହ ସ୍ୱାସ୍ଥ୍ୟ ବିଭାଗର ଆଲୋଚନା ହୋଇଛି । ଯଦି କିଛି ସମସ୍ୟା ହେବ ତାହାକୁ ସମାଧାନ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।୨୦୧୮ ମସିହାରେ ସାମ୍ବାଦିକଙ୍କ ପାଇଁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆରମ୍ଭ ହୋଇଥିଲା । ପୂର୍ବରୁ ଦୁଇ ଲକ୍ଷର ବୀମା ରହିଥିବା ବେଳେ ଏହାକୁ ବୃଦ୍ଧି କରାଯାଇ ପାଞ୍ଚ ଲକ୍ଷ କରାଯାଇଥିଲା । ବର୍ତ୍ତମାନ ସରକାର ଏହି ଯୋଜନାର ରୂପରେଖ ବଦଳାଇବା ନେଇ ଚର୍ଚ୍ଚା ହୋଇଥିବା ବେଳେ ଏହାକୁ ନେଇ ସାମ୍ବାଦିକ ମହଲରେ ଅସନ୍ତୋଷ ଦେଖାଦେଇଛି ।

Leave a Reply

Your email address will not be published. Required fields are marked *