ଆହୁରି କଲବଲ କରିବ କୁହୁଡ଼ି

୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଆହୁରି କଲବଲ କରିବ କୁହୁଡ଼ି । ତିନି ଦିନ ଯାଏଁ ଅଧିକାଂଶ ଜିଲ୍ଲାରେ ରହିବ ପ୍ରଭାବ । ୨ରୁ ୩ ଡିଗ୍ରୀ ବଢିପାରେ ତାପମାତ୍ରା । ଉପକୂଳ ଓ ଉତର ଓଡ଼ିଶାର ଅଧିକାଂଶ ସ୍ଥାନରେ କୁହୁଡି ଅନୁଭୂତ ହେବ । ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ଗାଡି ଚାଳକଙ୍କୁ ପରାମର୍ଶ ଦିଆଯାଇଛି । ଏହା ସହ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଓ ୬ ତାରିଖରେ ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ୫ ଦିନ ପର୍ୟ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବ ନାହିଁ । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ଅଧିକ ରହିବା ସମ୍ଭାବନା ରହିଛି ।