ଆଗକୁ ପ୍ରବଳ ବର୍ଷା

ଲଘୁଚାପ ଜନିତ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଏହି ବର୍ଷା ଆଗାମୀ ଦିନରେ ବଢିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ତେବେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ । ଅଗଷ୍ଟ ୧ରୁ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ବର୍ଷା ସମୟରେ ଘଣ୍ଟାପ୍ରତି ୪୫ ରୁ ୫୫ କିଲୋମିଟର ବେଗରେ ପବନ ବହିବାକୁ ଥିବା ବେଳେ ଲଗାଣ ବର୍ଷା ଯୋଗୁଁ ଆକସ୍ମିକ ବନ୍ୟା ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ନେଇ ଜାରି ହୋଇଛି ସତର୍କ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଏହା ସ୍ଥଳଭାଗରେ ସୃଷ୍ଟି ହୋଇଥିବାରୁ ୩ ଦିନ ପର୍ଯ୍ୟନ୍ତ ସମାନ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇ ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ଆଗାମୀ ୫ଦିନ ଯାଏଁ ବର୍ଷାରୁ ନିସ୍ତାର ନାହିଁ।