ରାଜ୍ୟରେ ଆହୁରି ୪ ଦିନ ବର୍ଷିବ
ଉତ୍ତର ଥାଇଲ୍ୟାଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ଆଶଙ୍କା କରୁଛନ୍ତି କିଛି ପାଣିପାଗ ବିଜ୍ଞାନୀ । ପରେ ଏହି ବାତ୍ୟାର ଅବଶିଷ୍ଟାଶଂ ବଙ୍ଗୋପସାଗରକୁ ଆସିବାର ସମ୍ଭାବନା କଥା କୁହାଯାଉଛି । ଯାହାଫଳରେ ଆସନ୍ତା ୧୯ରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରଵର୍ତ୍ତୀ ସମୟରେ ଏହା କ୍ରମଶଃ ଘନୀଭୂତ ହେବା ସହ, ପରବର୍ତ୍ତୀ ୩-୪ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି lଅନ୍ୟପଟେ ରାଜ୍ୟରେ ଆହୁରି ୪ ଦିନ ବର୍ଷିବ । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ଆସନ୍ତା ୨୦ ତାରିଖ ଯାଏ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା ଏବଂ ଗଜପତିକୁ ୟେଲୋ ଆର୍ଲଟ ଜାରି କରାଯାଇଛି । ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।
