ପ୍ରବଳ ବର୍ଷାରେ ମାଲକାନଗିରି ବେହାଲ

ମାଲକାନଗିରି ସ୍ଥିତି ଅନୁଧ୍ୟାନ ପାଇଁ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ଵ

ପ୍ରବଳ ବର୍ଷାରେ ମାଲକାନଗିରି ଜିଲ୍ଲା ବେହାଲ୍। ଜିଲ୍ଲାର ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି। ଲଘୁଚାପ ଜନିତ ବର୍ଷା ପାଇଁ ୨ ଅଧିକାରୀ ତଦାରଖ କରିବେ। ଗତ ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛିା ମାଥିଲି ବ୍ଲକ ପାଙ୍ଗାମ ନଦୀ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବା ବେଳେ କାଲିମେଳା ବ୍ଲକ କାଙ୍ଗୁରୁକୋଣ୍ଡା ନଦୀ ଉପରେ ମଧ୍ୟ ପ୍ରାୟ ୪ ଫୁଟର ବର୍ଷାଜଳ ପ୍ରବାହିତ ହେଉଅଛି। ବିଶେଷକରି ପୋଟେରୁ ନଦୀ ପୋଲ ଉପରେ ମଧ୍ୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହୋଇ ଗାଁ ଭିତରେ ପଶିଛି। ଯାହାଫଳରେ ପୋଟେରୁ ଗ୍ରାମବାସୀ ଏକ ପ୍ରକାର ଜଳବନ୍ଦୀ ଜୀବନ ବିତାଉଛନ୍ତି।