ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ସତର୍କ କଲା ପାଣିପାଗ ବିଭାଗ

୪ ଦିନ ପ୍ରବଳ ବର୍ଷିବ

ଆସନ୍ତା ୪ ଦିନ ପ୍ରବଳ ଛେଚିବ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେ ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣେ ବିଜୁଳି, ଘଡ଼ଘଡ଼ି ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ତେବେ ମୌସୁମୀ ସିଜିନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ ବୃଷ୍ଟିପାତ । ଜୁନ ମାସରେ ୪୧ ପ୍ରତିଶତ କମ୍ ବର୍ଷା ହୋଇଛି । ସେପଟେ ଗତ କିଛିଦିନ ତଳେ ରାଜ୍ୟରେ ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱରକୁ ମୌସୁମୀ ଛୁଇଁବା ସହ ସାରା ରାଜ୍ୟରେ ସକ୍ରିୟ ହୋଇଛି।