ବର୍ଷା ନେଇ ୧୫ ଜିଲ୍ଲାକୁ ସତର୍କ ସୂଚନା
ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷା । ଓଡ଼ିଶା ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷକରି ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଛି ।ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୩୧ ତାରିଖ ପରଠାରୁ ବର୍ଷା କମିବା ନେଇ ଆକଳନ କରାଯାଇଛି ।
