ହାଇଟେକ ବିସ୍ଫୋରଣ, ଆଉ ଜଣେ ମୃତ
ଭୁବନେଶ୍ୱର ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣା। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହ ମୃତ୍ୟୁ ସଂଖ୍ୟା ଦୁଇକୁ ବୃଦ୍ଧି ପାଇଛି । ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣରେ ୪ ଜଣ ଆହତ ହୋଇଥିଲେ। ତେବେ ଏହି ବିସ୍ଫୋରଣର ଦୁଇ ଦିନ ପରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ଏବେ ବି ଦୁଇ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ସୂଚନା ଅନୁସାରେ ଡିସେମ୍ବର ୨୯ରେ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ହୋଇଥିଲା। ହସ୍ପିଟାଲ ପରିସରରେ ଏସି ଗ୍ୟାସ୍ ଫିଲିଂ କରାଯାଉଥିବାବେଳେ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ୪ ଜଣ ଗୁରୁତର ଆହତ ହୋଇଥିଲେ।