ଆଜି ଶପଥ ନେବେ ହିମନ୍ତ ବିଶ୍ୱ ଶର୍ମା
ଆଜିଠୁ ଆସାମରେ ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ସରକାରର ଲଗାତାର ତୃତୀୟ କାର୍ଯ୍ୟକାଳ ଆରମ୍ଭ । ଖାନପାରା ପଶୁଚିକିତ୍ସା ମହାବିଦ୍ୟାଳୟ ପରିସରରେ ଆୟୋଜିତ ଏକ ଭବ୍ୟ ସମାରୋହରେ ହିମନ୍ତ ବିଶ୍ୱ ଶର୍ମା ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ପାଇଁ ଶପଥ ନେବେ । ପୂର୍ବାହ୍ନ ୧୧ଟା ୪୫ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ନୂତନ ମନ୍ତ୍ରୀ ପରିଷଦକୁ ଆସାମ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ ସାମିଲ ହେବେ ।
