ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳରେ ସତର୍କ ରହିବାକୁ ପରାମର୍ଶ

ବଢୁଛି ହୀରାକୁଦ ଜଳସ୍ତର

ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ । ତଳିଆ ଅଞ୍ଚଳରେ ସତର୍କ ରହିବାକୁ ପରାମର୍ଶ । ଲଗାଣ ବର୍ଷାରେ ସମ୍ବଲପୁରର ହାଲ୍ ବେହାଲ। ସମ୍ବଲପୁରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ, ନାଳରେ ଭାସିଯାଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଖବର ମଧ୍ୟ ସାମ୍ନାକୁ ଆସିଛି । ଏହାରି ମଧ୍ୟରେ ହୀରାକୁଦରୁ ଡ୍ୟାମ୍ ର ଗେଟ୍ ଖୋଲାଯିବା ନେଇ ସୂଚନା ଦିଆଯାଇଛି ।ହୀରାକୁଦ ଡ୍ୟାମର ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଆସନ୍ତା ଜୁଲାଇ ୯ ତାରିଖରେ ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ । ଗୁରୁବାର ଦିନ ୧୧ଟାରେ ଡ୍ୟାମର ଗେଟ୍ ଖୋଲାଯିବ, ତେଣୁ ମହାନଦୀ ତଳିଆ ଅଞ୍ଚଳରେ ସତର୍କ ରହିବା ପାଇଁ ଜଳ ସମ୍ପଦ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି । ହୀରାକୁଦ ଜଲଭଣ୍ଡାର କର୍ତ୍ତୃପକ୍ଷ ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି । ଗେଟ୍ ଖୋଲିବା ସମୟରେ ମହାନଦୀ ଭିତରକୁ କେହି ଯେପରି ନଯାଆନ୍ତି ସେଥିପାଇଁ ମଧ୍ୟ ସତର୍କ କରାଯାଇଛି ।

Leave a Reply

Your email address will not be published. Required fields are marked *