ନଭେମ୍ୱର ୫ରୁ ୧୨ ପର୍ଯ୍ୟନ୍ତ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫
ନଭେମ୍ୱର ୫ରୁ ୧୨ ପର୍ଯ୍ୟନ୍ତ ହେବ ଚଳିତ ବର୍ଷର ବାଲିଯାତ୍ରା । ଉପର ବାଲିଯାତ୍ରା ପଡ଼ିଆରେ ହେବନି ବାଲିଯାତ୍ରା । ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ହେବନି । କେବଳ ତଳ ପଡ଼ିଆରେ ହେବ ଚଳିତ ବର୍ଷର ବାଲିଯାତ୍ରା । ସେହିପରି ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲିଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ବିଶେଷ କରି ଟ୍ରାଫିକ, ପାର୍କିଂ ସମ୍ବନ୍ଧୀୟ ସମସ୍ତ ତଥ୍ୟ ରହିବ ଏଥିରେ । ଜିଲ୍ଲା ସାଂସ୍କୃତିକ ପରିଷଦ ପକ୍ଷରୁ ସାଂସ୍କୃତିକ ଦଳ ଚୟନ କରାଯିବ । Society Registration App ରେ ଯିଏ ପଞ୍ଜୀକୃତ ଥିବେ ସେମାନେ ଆବେଦନ କରିପାରିବେ ।ପ୍ରତି ଟ୍ରୁପକୁ ୨୦ ମିନିଟ୍ ଦିଆଯିବ ପରିବେଷଣ ପାଇଁ ।ବାଲି ଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ଟ୍ରାଫିକ, ପାର୍କିଂ ସମ୍ୱନ୍ଧୀୟ ସମସ୍ତ ତଥ୍ୟ ରହିବ ଏଥିରେ । ଜିଲ୍ଲା ସାସ୍କୃତିକ ପରିଷଦ ପକ୍ଷରୁ ସାଂସ୍କୃତିକ ଦଳ ଚୟନ କରାଯିବ । ଏଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା ।
