ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ହରାଇଲା

ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଭାରତ

ଚମ୍ପିଆନ୍ସ ଟ୍ରଫି ଫାଇନାଲରେ ଭାରତ । ଅଷ୍ଟ୍ରେଲିଆ ବିପକ୍ଷରେ ପୁଣି ଥରେ କୋହଲି ଖେଳିଲେ ବିରାଟ ଇନିଂସ । ଏହି ବିଜୟ ସହ ୨୦୨୩ ନଭେମ୍ବର ୧୯ର ବଦଲା ନେଲା ଟିମ୍ ଇଣ୍ଡିଆ । ଅଷ୍ଟ୍ରେଲିଆ ବିପକ୍ଷରେ ଚମ୍ପିଆନ୍ସ ଟ୍ରଫି ସେମିଫାଇନାଲରେ ଭାରତର ବଡ଼ ବିଜୟ । ବିରାଟ କୋହଲିଙ୍କ ଦମଦାର ୮୪ ରନ୍‌ ବଳରେ ଭାରତ ଅଷ୍ଟ୍ରେଲିଆକୁ ୫ ୱିକେଟ୍‌ରେ ପରାସ୍ତ କରିଛି । ଏହି ବିଜୟ ସହ ପ୍ରଥମ ଦଳ ଭାବେ ଭାରତ ଫାଇନାଲରେ ନିଜ ସ୍ଥାନ ପକ୍କା କରିଛି ।ମ୍ୟାଚରେ ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ବିଜୟ ପାଇଁ ୨୬୫ ରନର ଲକ୍ଷ୍ୟ ରଖାଯାଇଥିଲା । ଭାରତ ପକ୍ଷରୁ ରୋହିତ ଶର୍ମା ଓ ଶୁଭମନ ଗିଲ ଭଲ ଆରମ୍ଭ କରିଥିଲେ ବି ଗିଲ୍ ମାତ୍ର ୮ ରନ କରି ଆଉଟ ହୋଇଯାଇଥିଲେ । ତେବେ ରୋହିତ ଶର୍ମା ଓ ବିରାଟ କୋହଲି ସ୍କୋରକୁ ଆଗେଇ ନେଇଥିଲେ । ରୋହିତ ୨୮ ରନ କରି ଆଉଟ ହୋଇଥିଲେ ବି ବିରାଟ ଲଢୁଆ ବ୍ଯାଟିଂ କରି ଦଳକୁ ବିପଦମୁକ୍ତ କରିବା ସହ ବିଜୟରେ ସବୁଠାରୁ ବଡ ଯୋଗଦାନ ଦେଇଥିଲେ । ସେ ୮୪ରନ କରିଥିଲେ । ଶ୍ରେୟୟ ଆୟର ୪୫ ରନ ଓ କେଏଲ ରାହୁଲ ୪୨ରନ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ୨୮ ରନ କରିଥିଲେ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଅଷ୍ଟ୍ରେଲିଆକୁ ଆରମ୍ଭରୁ ବଡ଼ ଝଟକା ଦେଇଥିଲେ ଭାରତୀୟ ବୋଲର ମହମ୍ମଦ ସମ୍ମି । ସେ କୁପର କନୋଲିଙ୍କୁ ଶୂନ ରନରେ ପାଭିଲିୟନ ପଠାଇଦେଇଥିଲେ । ତେବେ ଟ୍ରାଭିସ ହେଡ ଓ ଷ୍ଟିଭ ସ୍ମିଥଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ହେଡ୍ ୩୯ ରନ କରିଥିବାବେଳେ ୭୩ ରନ କରିଥିଲେ । ମାର୍ନ ଲାବୁସଚାନ ୨୯ ରନ କରିଥିବାବେଳେ ଆଲେକ୍ସ କେରି ୬୧ ରନ କରିଥିଲେ । ତେବେ ଦଳର ନିମ୍ନକ୍ରମ ବ୍ୟାଟ୍ସମ୍ୟାନମାନେ ବିଶେଷ ଯୋଗଦାନ ଦେଇପାରିନଥିଲେ । ଦଳ ୪୯.୩ ଓଭରରେ ୨୬୪ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ସମ୍ମି ୩ଟି ଓ୍ବିକେଟ ନେଇଥିବାବେଳେ ରବୀନ୍ଦ୍ର ଜାଦେଜା ଓ ବରୁଣ ଚକ୍ରବର୍ତ୍ତୀ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।