କଳିଙ୍ଗ ଷ୍ଟାଡିୟମରେ ବ୍ରୋଞ୍ଜ ବିଜୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ଏକ ବିଶାଳ ରୋଡ ଶୋ’ରେ କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଛି ଭାରତୀୟ ହକି ଟିମ । ଏଠାରେ ପହଞ୍ଚିବା ହକି ଟିମ ସହ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଟିମ ଇଣ୍ଡିଆର ଭବ୍ୟ ସ୍ୱାଗତ କରାଯାଇଥିଲା । ଏହାପରେ ବିଶାଳ ରୋଡ ଶୋ’ କରି କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଥିଲା ଟିମ୍ ଇଣ୍ଡିଆ । ପ୍ୟାରିସ ଅଲିମ୍ପିକ୍ସରେ ଚମକିବା ପରେ ଟିମ୍ ଇଣ୍ଡିଆ ପାଇଁ ୪ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ ଓଡ଼ିଶା ସରକାର । ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ଓଡ଼ିଶା । ଏହି ସଫଳତା ପଛରେ ଓଡ଼ିଶା ସରକାରଙ୍କ ମଧ୍ୟ ଅବଦାନ ରହିଛି । ଏହିକ୍ରମରେ ପୁରା ଟିମ ଓ ସପୋର୍ଟ ଷ୍ଟାଫଙ୍କୁ ନିମନ୍ତ୍ରଣ କରିଥିଲେ ମୁଖ୍ୟମନ୍ତ୍ରୀ । ଆଜି ଏଠାରେ ପହଞ୍ଚିବା ପରେ ସେମାନଙ୍କ ଗ୍ରାଣ୍ଡ ୱେଲକମ୍ କରାଯାଇଛି ।