୪୪ ଡିଗ୍ରୀ ଛୁଇଁବ ପାରଦ!
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି । କାଳବୈଶାଖୀ ପ୍ରଭାବ ରହୁଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ପାରଦ ଉପରମୁହାଁ ହୋଇଛି । ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା । ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ପାରଦ। ୧୯ ଓ ୨୦ ତାରିଖ ବେଳକୁ ବଲାଙ୍ଗିର, ଟିଟିଲାଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁପାରେ । ଏହି ସମୟରେ ଉପକୂଳ ଓଡ଼ିଶାରେ ପାରଦ ୪୨ ଡିଗ୍ରୀ ପହଞ୍ଚିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ୪୦ ଡିଗ୍ରୀ ଉପରେ ୧୧ ସହରର ତାପମାତ୍ରା ରେକର୍ଡ କରାଯାଇଥିଲା । ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୨.୯ ଡିଗ୍ରୀ ଥିଲା। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରଭାବ ଅଧିକ ରହିବ ।
