ବଡ଼ ଧରଣର ସାଇବର ଲୁଟର ପର୍ଦ୍ଦାଫାଶ

ଆନ୍ତଃରାଜ୍ୟ ସାଇବର ଲୁଟ୍‌ ମାମଲାରେ ୨୪ ଗିରଫ

ସାଇବର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ସିଆଇଡି କ୍ରାଇମବ୍ରାଞ୍ଚ । ଏହି ଘଟଣାରେ ଆନ୍ତଃରାଜ୍ୟ ସାଇବର ଲୁଟର ୨୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ହ୍ବାଟସଆପରେ Kotak Investment Club ଗ୍ରୁପ କରି ୬ କୋଟି ୨୮ ଲକ୍ଷ ଟଙ୍କା ଠକେଇ କରିଥିଲେ ଏହି ସାଇବର ଲୁଟେରା । ୧୦୦ରୁ ଊର୍ଦ୍ଧ୍ବ ବ୍ୟାଙ୍କ ଆକାଉଣ୍ଟରେ ନେଇଯାଇଥିଲେ ଏହି ଲୁଟ୍‌ ଟଙ୍କା । କ୍ରାଇମବ୍ରାଞ୍ଚ ଗଠନ କରିଥିବା ୭ଟି ଟିମ୍‌ ତାମିଲନାଡୁରୁ ୯ ଜଣ ଅଭିଯୁକ୍ତ, ଗୁଜରାଟରୁ ୮ ଓ ରାଜସ୍ଥାନରୁ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ତଦନ୍ତ ସମୟରେ ଅଭିଯୁକ୍ତଙ୍କ ଠାରୁ ଜବତ ହୋଇଥିବା ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରୁ ମୋଟ ୧୬.୮୫ ଲକ୍ଷ ଟଙ୍କା ଫ୍ରିଜ୍‌ କରାଯାଇଛି। ଅଭିଯୋଗକାରୀଙ୍କୁ ବର୍ତ୍ତମାନ ସୁଧା ୬.୮୦ ଲକ୍ଷ ଟଙ୍କା ଫେରେଇଛି କ୍ରାଇମବ୍ରାଞ୍ଚ । ତେବେ ଏହି ଘଟଣାର ତଦନ୍ତ ଜାରି ରହିଛି ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ।

Leave a Reply

Your email address will not be published. Required fields are marked *