ଦୀଘାରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗ

ଗଜପତିଙ୍କୁ ଚିଠି ଲେଖିଲେ ସୁଦର୍ଶନ ପଟ୍ଟନାୟକ

ପଶ୍ଚିମବଙ୍ଗର ଦୀଘାରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ପ୍ରସିଦ୍ଧ ବାଲୁକା ଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ସୁଦର୍ଶନ ପଟ୍ଟନାୟକ (ପଦ୍ମଶ୍ରୀ) ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଛନ୍ତି। ସେ ଲେଖିଛନ୍ତି, ପଶ୍ଚିମବଙ୍ଗର ଦୀଘା ଠାରେ ଶ୍ରୀ ଜଗନ୍ନାଥଙ୍କର ମନ୍ଦିର ନିର୍ମାଣ ପ୍ରଶଂସାଯୋଗ୍ୟ, କିନ୍ତୁ ଏହାକୁ ଜଗନ୍ନାଥ ଧାମ ଲେଖାଯିବା ଆଦୌ ଗ୍ରହଣୀୟ ନୁହେଁ। ଏଣୁ ଏହି ଘଟଣା ପ୍ରତି ଦୃଷ୍ଟି ଦେବା ସହ ବିହିତ ପଦକ୍ଷେପ ନେବା ଲାଗି ସୁଦର୍ଶନ ପଟ୍ଟନାୟକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ବିନମ୍ର ଅନୁରୋଧ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଦିନ ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତତନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାର ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା କରାଯାଉ। କେହି ଦୋଷୀ ସାବ୍ୟସ୍ତ ହେଲେ ଦଣ୍ଡବିଧାନ ମଧ୍ୟ କରାଯାଉ ବୋଲି ସେ ଏକ ଚିଠି ଲେଖିଛନ୍ତି।