ଦଶହରାରେ ବର୍ଷିବ !

ବର୍ଷା ପାଇଁ ଫିକା ପଡ଼ିବ ଦଶହରା !

ଏଥର ଦଶହରାରେ ଭିଜିବ ଓଡ଼ିଶା ! ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୨୦ ତାରିଖ ବେଳକୁ ତାହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ସାରା ରାଜ୍ୟରେ ଏବେ ପାଗ ମୁଖ୍ୟତଃ ଶୁଖିଲା ରହିଥିବା ବେଳେ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ଉପରେ ରହୁଛି । ହେଲେ ଆଗକୁ ଲଘୁଚାପର ଅନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପର ପ୍ରଭାବ କେଉଁଠି ରହିବ ତାହା ଏବେ ଆକଳନ କରାଯାଇ ନଥିବା ବେଳେ ସାରା ରାଜ୍ୟରେ ଏବେ ପାଗ ମୁଖ୍ୟତଃ ଶୁଖିଲା ରହିଥିବା ବେଳେ ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ଉପରେ ରହୁଛି ।

ତେବେ ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ସଂପୂର୍ଣ୍ଣ ଶୁଖିଲା ରହିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ୨୩ ତାରିଖ ପରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢିପାରେ । ଯଦି ଲଘୁଚାପଟି ଘନୀଭୁତ ହୁଏ ଏବଂ ଓଡ଼ିଶା ଉପକୂଳକୁ ଆସେ ତେବେ ବର୍ଷାର ପରିମାଣ ଅଧିକ ରହିବ ଫଳରେ ଦଶହରା ବର୍ଷାରେ ଭିଜିବ ବୋଲି ଆକଳନ କରାଯାଉଛି ।