ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ

ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ

ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ। ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା । ସିଂହଦ୍ୱାର ଚକଡ଼ାରେ ବିଜେ ଅଛନ୍ତି ୩ ରଥ । ୯ ଦିନ ପାଇଁ ମାଉସୀ ମା ଘରେ ରହିବେ ମହାପ୍ରଭୁ। ନୀତିକାନ୍ତି ଅନୁସାରେ ସମସ୍ତ କାର୍ଯ୍ୟ ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଲଭଦ୍ରଙ୍କ ରଥ ଟଣା ହେଲା। ରଥ ଟାଣିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ଆଇନ ମନ୍ତ୍ରୀ । ଘଡଘଡ ନାଦ କରି ଆଗେଇ ଚାଲିଛି ତିନି ରଥ । ଆଗରେ ବଡ ଭାଇ ବଳଭଦ୍ରଙ୍କ ତାଳଧ୍ବଜ ରଥ, ମଝିରେ ଭଉଣୀ ସୁଭଦ୍ରାଙ୍କ ଦେବଦଳନ ଓ ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ଆଗେଇ ଚାଲିଛି ।