ରତ୍ନଭଣ୍ଡାର ମରାମତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଆଜି ହାଇକୋର୍ଟରେ ରତ୍ନଭଣ୍ଡାର ପ୍ରସଙ୍ଗର ଶୁଣାଣି

ଆଜି ହାଇକୋର୍ଟରେ ରତ୍ନଭଣ୍ଡାର ପ୍ରସଙ୍ଗରେ ହେବ ଶୁଣାଣି । ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହେବ । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ଗତକାଲି ବା ସୋମବାର ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା । କିନ୍ତୁ ସମୟ ଅଭାବ ଯୋଗୁଁ ମାମଲାର ଶୁଣାଣିକୁ ଗୋଟିଏ ଦିନ ଟାଳି ଦେଇଥିଲେ ଖଣ୍ଡପୀଠ । ଶୁଣାଣି ସମୟରେ ଆଇନଜୀବୀ ରତ୍ନଭଣ୍ଡାର ପ୍ରସଙ୍ଗରେ ଏଏସଆଇ ପକ୍ଷରୁ ଦାଖଲ ଯାଞ୍ଚ ରିପୋର୍ଟ ଉପରେ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏଏସଆଇ ପକ୍ଷରୁ ୨୦୨୨ରେ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଯାଞ୍ଚ କରାଯାଇଥିଲା । ଯେଉଁଥିରେ ରତ୍ନଭଣ୍ଡାର ମରାମତିର ନିହାତତି ଆବଶ୍ୟକତା ଥିବା ଏଏସଆଇ କହିଛି । ତେଣୁ ରତ୍ନଭଣ୍ଡାର ମରାମତି ପାଇଁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ ଆବେଦନ କରାଯାଇଛି । ମାମଲାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଆଜି ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରାଯାଇଛି ।