ଦିନ ୧୧ଟା ୩୦ ସୁଦ୍ଧା ଝାରସୁଗୁଡ଼ା ଓ ସମ୍ବଲପୁର ୩୮ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ

କଲବଲ କରୁଛି ଅସହ୍ୟ ଗୁଳୁଗୁଳି ସହ ତାତି

କଲବଲ କରୁଛି ଅସହ୍ୟ ଗୁଳୁଗୁଳି ସହ ତାତି । ଦିନ ୧୧ଟା ୩୦ ସୁଦ୍ଧା ଝାରସୁଗୁଡ଼ା ଓ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ କରାଯାଇଛି। ରାଜଧାନୀ ତାପମାତ୍ରା ୩୫.୪ ଡିଗ୍ରୀ ଛୁଇଁଛି। ଆଦ୍ରତା ୬୮.୪ ପ୍ରତିଶତ ରେକର୍ଡ ହୋଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ଅତ୍ୟନ୍ତ ଗୁଳୁଗୁଳି ଅନୁଭୂତ ହେବ । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ପାଖାପାଖି ୪୩ ଡିଗ୍ରୀ ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ଆଶ୍ବସ୍ତି ଆଣିବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ । ଧୀରେ ଧୀରେ ଘନୀଭୂତ ହୋଇ ଆସନ୍ତା ୧୩ ତାରିଖ ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏଥର ରଜରେ ମେଘୁଆ ପାଗ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୪ ତାରିଖରୁ ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିପାରେ ।