ଓଡ଼ିଶାରେ ଇଭି କାରଖାନା କରିବ ଜେଏସଡବ୍ଲ୍ୟୁ

ଓଡ଼ିଶାରେ ହେବ ପ୍ରଥମ ଇଭି କାରଖାନା

ଓଡ଼ିଶାରେ ହେବ ଇଭି କାରଖାନା । ବିଦ୍ୟୁତ୍ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା କରିବ ଜେଏସଡବ୍ଲ୍ୟୁ । ୪୦ ହଜାର କୋଟିର ହେବ ପୁଞ୍ଜି ନିବେଶ। ସୃଷ୍ଟି ହେବ ୧୧ ହଜାର ରୋଜଗାର ସୁଯୋଗ । ଏଥିପାଇଁ ଓଡ଼ିଶା ସରକାର ଏବଂ ଜେଏସଡବ୍ଲ୍ୟୁ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ, ଶିଳ୍ପ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ଏହା ଓଡ଼ିଶାରେ ପ୍ରଥମ ବିଦ୍ୟୁତ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା ହେବ । ଇଭି କାରଖାନା ହେଲେ ୧୧ ହଜାର ଯୁବପିଢିଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି ହୋଇପାରିବ । ଆନୁସଙ୍ଗିକ ଶିଳ୍ପ ଉଦ୍ୟୋଗ ମାନଙ୍କ ପାଇଁ ମଧ୍ୟ ସୁଯୋଗ ସୃଷ୍ଟି ହେବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଳ୍ପାୟନ ଦ୍ୱାରା ରାଜ୍ୟର ଯୁବବର୍ଗଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି । ଏହି ସବୁ ନୂତନ ଶିଳ୍ପ ହେବା ଦ୍ୱାରା ରାଜ୍ୟବାସୀ ଉପକୃତ ହେବେ ଏବଂ ରାଜ୍ୟ ବିଶ୍ୱ ମାନଚିତ୍ରରେ ଏକ ଶିଳ୍ପ ଶକ୍ତି ଭାବେ ଗଢି ଉଠିବ ।