ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ
ଭିଜିଲାନ୍ସ ଜାଲରେ ଜେଇ । ନୂଆପଡ଼ା ଖରିଆର R &B ଡିଭିଜନର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି । ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଚଢାଉ । ପୁରୀ, ଭୁବନେଶ୍ବର ଓ ନୂଆପଡ଼ାରେ ରେଡ୍ କରୁଛି ଭିଜିଲାନ୍ସ । ଭୁବନେଶ୍ବରର ୫ଟି ସ୍ଥାନରେ ଚାଲିଛି ଚଢ଼ାଉ ।ଗଙ୍ଗୋତ୍ରିନଗରରେ ଥିବା ୩ ମହଲା ଘର, ବ୍ରହ୍ମେଶ୍ବରପାଟଣା ବ୍ରିଟ କୋଲୋନୀରେ ଥିବା ସମ୍ପର୍କୀୟଙ୍କ ଘର, ଗ୍ୟାରେଜ ଛକ ଓ କେଦାର ଲେନରେ ଥିବା ଘରେ ମଧ୍ୟ ଚାଲିଛି ରେଡ୍ । ପୁରୀରେ ରହିଛି ଫାର୍ମ ହାଉସ୍ । ନୂଆପଡ଼ାରେ ଥିବା ସରକାରୀ କାର୍ଯ୍ୟାଳୟ ଓ ଅଫିସରେ ମଧ୍ୟ ଚଢାଉ କରୁଛି ଭିଜିଲାନ୍ସ ।
