ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେଲେ ହାଇକୋର୍ଟର ନୂଆ ବିଚାରପତି

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୁଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରିଛନ୍ତି । ଜଷ୍ଟିସ ସିଂହ ୧୯୬୩, ଜାନୁଆରି ୨୦ରେ ଜନ୍ମଗ୍ରହଣ କରିଥିଲେ । ଦିଲ୍ଲୀ ବିଶ୍ବବିଦ୍ୟାଳୟରୁ ଏଲ୍‌ଏଲ୍‌.ବି. ଡିଗ୍ରି ହାସଲ କରିବା ପରେ ୧୯୯୦, ଅକ୍ଟୋବର ୩୦ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ । ୧୯୯୮ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା ପାଇଁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲ ଭାବେ ତାଙ୍କୁ ନିଯୁକ୍ତି ମିଳିଥିଲା। ଆଇନଜୀବୀ ପେସାର ପ୍ରାରମ୍ଭିକ ପର୍ଯ୍ୟାୟରେ ସେ ପାଟନା ହାଇକୋର୍ଟର କାଉନସେଲ ଭାବେ ପ୍ୟାନେଲରେ ସ୍ଥାନ ପାଇଥିଲେ ।