ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ

ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନବନିଯୁକ୍ତ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ହରିବାବୁ କମ୍ଭମପତି ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ଥିଲେ। ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି। ସେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ କାର୍ଯ୍ୟଭାର ସମ୍ଭାଳିବେ। ଜଷ୍ଟିସ ଟଣ୍ଡନ ପୂର୍ବରୁ କଲିକତା ହାଇକୋର୍ଟର ବିଚାରପତି ଥିଲେ। ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନାଙ୍କ ଅଧ୍ୟକ୍ଷତାରେ ଗଠିତ ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ ଟଣ୍ଡନଙ୍କ ନିଯୁକ୍ତି ନେଇ ସୁପାରିସ୍ କରିଥିଲେ। ୨୦୧୦ ଏପ୍ରିଲ ୧୩ରେ ତାଙ୍କୁ କଲିକତା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା।