କେଭି ଓ ପ୍ରଭାତୀଙ୍କୁ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ
ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା । କନକ ବର୍ଦ୍ଧନ ସିଂହଦେଓ ହେବେ ଉପମୁଖ୍ୟମନ୍ତ୍ରୀ । ଏହା ସହ ପ୍ରଭାତୀ ପରିଡ଼ା ମଧ୍ୟ ହେବେ ଉପମୁଖ୍ୟମନ୍ତ୍ରୀ । ଉଭୟଙ୍କ ନାଁ ଘୋଷଣା କଲେ ରାଜନାଥ ସିଂହ । ସେପଟେ ଆସିଲା ବିଜେପିର ମୁଖ୍ୟମନ୍ତ୍ରୀଙ୍କ ନାଁ । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର ।
ମୋହନ ଚରଣ ମାଝୀ ହେଲେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଭୁବନେଶ୍ୱର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ନେବେ ଶପଥ । ୨୦୦୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।
