ଭୁବନେଶ୍ୱରଠାରେ ‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ

‘ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୬’ର ଶୁଭାରମ୍ଭ

ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଏବଂ ବ୍ୟାପକ ପୁଞ୍ଜିନିବେଶକୁ ଆକୃଷ୍ଟ କରିବାର ମହତ୍ତ୍ୱପୂର୍ଣ୍ଣ ଲକ୍ଷ୍ୟ ନେଇ ଆଜି ରାଜଧାନୀ ଭୁବନେଶ୍ୱରଠାରେ ‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ବୃହତ ପର୍ଯ୍ୟଟନ ମହାକୁମ୍ଭକୁ ଉଦଘାଟନ କରିଛନ୍ତି । ଦେଶବିଦେଶରୁ ଆସିଥିବା ନିବେଶକ, ହସ୍ପିଟାଲିଟି ବ୍ରାଣ୍ଡ ଏବଂ ଟୁରିଜିମ୍ ପାର୍ଟନରମାନେ ଓଡ଼ିଶାର ଅସୀମ ସମ୍ଭାବନାକୁ ଉପଯୋଗ କରି ପୁଞ୍ଜିନିବେଶ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ ଦେଇଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ପର୍ଯ୍ୟଟକଙ୍କ ପାଇଁ ଏକ ଆଦର୍ଶ ଓ ସ୍ୱର୍ଗ ଭାବେ ଗଢ଼ିତୋଳିବାକୁ ସମସ୍ତଙ୍କୁ ଆହ୍ଵାନ ଜଣାଇଛନ୍ତି। ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରର ଦ୍ରୁତ ବିକାଶ ପାଇଁ ସରକାର ‘ଅତ୍ୟାଧୁନିକ ନୀତି ଅନୁଯାୟୀ ଷ୍ଟାର୍ ହୋଟେଲଗୁଡ଼ିକ ପାଇଁ କୋଠରୀ ସଂଖ୍ୟା ସର୍ବନିମ୍ନ ୫୦ରୁ ହ୍ରାସ କରାଯାଇ ୧୦ କରାଯାଇଥିବାବେଳେ ପୁଞ୍ଜି ସବ୍‌ସିଡି ସୀମାକୁ ୨୦ କୋଟିରୁ ବୃଦ୍ଧି କରାଯାଇ ସର୍ବାଧିକ ୧୨୦ କୋଟି ଟଙ୍କା ପର୍ଯ୍ୟନ୍ତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ସେହିପରି ଗୁଣାତ୍ମକ ମୌଳିକ କାଠାମାଛ ନିର୍ମାଣ ନିମନ୍ତେ ୨୦୨୬ ରୁ ୨୦୩୧ ମଧ୍ୟରେ ୧,୫୦୦ କୋଟି ଟଙ୍କାର ବଜେଟ୍ ଏବଂ ୫,୫୦୦ ଏକର ପରିମିତ ବିଶାଳ ‘ଲ୍ୟାଣ୍ଡ ବ୍ୟାଙ୍କ’କୁ ମଞ୍ଜୁରୀ ଦିଆଯାଇଛି, ଯାହା ଦ୍ୱାରା ରାଜ୍ୟରେ ନୂତନ ହୋଟେଲ ଓ ରିସର୍ଟ ନିର୍ମାଣ ପାଇଁ ପଥ ସୁଗମ ହୋଇଛି।

Leave a Reply

Your email address will not be published. Required fields are marked *