ଆସାମ ପରି ଓଡ଼ିଶାରେ ମଧ୍ୟ ବନ୍ଦ ହେବ ଗୋହତ୍ୟା

ଆସିବ ଗୋହତ୍ୟା ବନ୍ଦ ଆଇନ

ଓଡ଼ିଶାରେ ବନ୍ଦ ହେବ ଗୋ ହତ୍ୟା । ଆସାମ ପରି ଓଡ଼ିଶାରେ ଗୋ ହତ୍ୟା ବନ୍ଦ ପାଇଁ ଆସିବ କଡ଼ା ଆଇନ । ରାଜ୍ୟ ସରକାର ଖୁବ ଶୀଘ୍ର ଆଇନ ସହ ବିଲ୍ ଆଣିବାକୁ ବିଚାର କରୁଛନ୍ତି । ଏହି ବଡ଼ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଗୋ ଚାଲାଣ ଓ ଗୋ ହତ୍ୟା ଉପରେ ରୋକ ଲଗାଇବା ପାଇଁ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ଅଛି । ଚଳିତ ବିଧାନସଭା ଅଧିବେଶନରେ କିଛି ପ୍ରାଇଭେଟ୍ ବିଲ ଆସିବାକୁ ଯାଉଛି । ଏଥିରେ ଗୋ ହତ୍ୟା ନେଇ ଗୁରୁତ୍ବପୂର୍ଣ୍ଣ ବିଲ୍ ଆସିପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *