ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିନି: ଲେଖାଶ୍ରୀ

ବିଜେପି ଛାଡ଼ିଲେ ଲେଖାଶ୍ରୀ

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର । ସୋସିଆଲ ମିଡିଆ ଜରିଆରେ ଦେଲେ ସୂଚନା । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଲେଖିଲେ । ବିଜେପିର ଉପସଭାପତି ପଦରେ ଥିଲେ ଲେଖାଶ୍ରୀ । ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ । ଦଳର ପ୍ରତିଟି କାର୍ୟ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି ।

ଏତେ ଦିନ ଧରି ଦଳ ପାଇଁ କାମ କରିବା ପରେ ବି ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିଲେ ନାହିଁ ।ତେଣୁ ବିଜେପି ଛାଡିବାର ନିଷ୍ପତ୍ତି ନେଇଥିବା କହିଛନ୍ତି ଲେଖାଶ୍ରୀ । ନିର୍ବାଚନ ଯେତେ ପାଖେଇ ଆସୁଛି ନେତାଙ୍କ ମଧ୍ୟରେ ବଢ଼ି ଚାଲିଛି ଦଳଡିଆଁ ପ୍ରତିଯୋଗିତା । ଅନେକ ନେତା ଦଳ ଛାଡ଼ୁଛନ୍ତି । ଗତକାଲି ମଧ୍ୟ ବିଜେପି ଛାଡ଼ିଥିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି । ସେ ମଧ୍ୟ ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଥିବା କହିଲେ ।