ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ ହେଲେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍

ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ ହେଲେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍

ଭାରତର ପ୍ରତିରକ୍ଷା ନେତୃତ୍ୱ କ୍ଷେତ୍ରରେ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ସରକାର ବରିଷ୍ଠ ସେନା ଅଧିକାରୀ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ମୁଖ୍ୟ ଭାବେ ନିଯୁକ୍ତ କରିଛନ୍ତି । ଭାରତୀୟ ସେନାର ନୂଆ ମୁଖ୍ୟ ହେବେ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ। ଆସନ୍ତା ୩୦ତାରିଖରେ ସମ୍ଭାଳିବେ କମାଣ୍ଡ । ବର୍ତ୍ତମାନ ସେନା ପ୍ରମୁଖ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀଙ୍କ ସ୍ଥାନ ନେବେ ଜେନେରାଲ ଧୀରଜ ସେଠ ।ଆସନ୍ତା ୩୦ତାରିଖରେ ବର୍ତ୍ତମାନର ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଅବସର ପରେ ଧୀରଜ ସେଠ୍ ଆନୁଷ୍ଠାନିକ ଭାବେ ଜେନେରାଲ ପଦବୀ ଗ୍ରହଣ କରିବେ । ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଗତ ଏପ୍ରିଲରୁ ଭାରତୀୟ ସେନାର ଉପ-ମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି ।

Leave a Reply

Your email address will not be published. Required fields are marked *