ଆଗାମୀ ୭ ଦିନ ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା
ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି । ଆଗାମୀ ୭ ଦିନ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିଛି କିଛି ସ୍ଥାନ ମାନଙ୍କରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଥିବା ବେଳେ ଉତ୍ତର ଓଡିଶାର କିଛି ଜିଲ୍ଲା ଓ ଉପକୁଳବର୍ତ୍ତୀ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।ଗୁରୁବାର ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର କିଛି କିଛି ସ୍ଥାନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
