ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗ, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାଁରେ ଲିଖିତ ଅଭିଯୋଗ

ରୁଦ୍ରନାରାୟଣ ମହାନ୍ତିଙ୍କ ବିରୋଧରେ ଲିଙ୍ଗରାଜ ଥାନାରେ ଏତଲା

ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରଖିବା ସହ ମକର ସଂକ୍ରାନ୍ତିରେ ଦିଅଁଙ୍କୁ ଅପୂଜା ଓ ଉପବାଦ ରଖିବା ଘଟଣାରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ରୁଦ୍ରନାରାୟଣ ମହାନ୍ତିଙ୍କ ବିରୋଧରେ ଲିଙ୍ଗରାଜ ଥାନାରେ ଏତଲା ହୋଇଛି । ଏହାସହିତ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, କମିସନରେଟ୍‌ ପୁଲିସ ଆୟୁକ୍ତ ଓ ଉପାୟୁକ୍ତଙ୍କୁ ଅଭିଯୋଗ କରାଯାଇଛି । ପୁରୁଣା ଭୁବନେଶ୍ୱର ଡାକବଙ୍ଗଳା ନିବାସୀ ଅମରେନ୍ଦ୍ର ଗରାବଡୁ ଅଭିଯୋଗରେ ଦର୍ଶାଇଛନ୍ତି ଯେ ଗତ ୧୩ ତାରିଖ ସନ୍ଧ୍ୟାରୁ ୧୫ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ହିନ୍ଦୁ ସମାଜର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଭୋଗ ଉପବାସରେ ରଖାଯାଇଛି । ମନ୍ଦିର କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ମହାନ୍ତି ତାଙ୍କ କାର୍ଯ୍ୟରେ ଅବହେଳା ଯୋଗୁଁ ଏଭଳି ହୋଇଥିବା ସେ ଅଭିଯୋଗ କରିଛନ୍ତି । ଅଭିଯୋଗ ମିଳିବା ପରେ ଷ୍ଟେସନ ଡାଇରୀ କରାଯାଇଥିବା ଲିଙ୍ଗରାଜ ଥାନା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *