ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ବର୍ଷାରେ ଭିଜିବ ଦଶହରା । ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଜି ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆସନ୍ତାକାଲି ସକାଳେ ଆହୁରି ଘନୀଭୂତ ହେବ । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ୩ ତାରିଖ ସକାଳେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି ।
ଆସନ୍ତାକାଲି ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ଥିବାରୁ ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ କନ୍ଧାମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ନବରଙ୍କପୁର, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୪ ତାରିଖ ଯାଏ ବର୍ଷା ଲାଗି ରହିବ ।
ସେହିପରି ଆଜି ସକାଳ ୮ଟା ୩୦ମିନିଟ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂକୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଆଲର୍ଟ ଦିଆଯାଇଛି । ମତ୍ସଜୀବୀଙ୍କୁ ୧ରୁ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।
