ଆସନ୍ତାକାଲିଠୁ କମିବ ବର୍ଷା ପରିମାଣ
ଛତିଶଗଡ଼ ମୁହାଁ ଲଘୁଚାପ । ଓଡ଼ିଶା ଛାଡ଼ି ଆଗକୁ ବଢ଼ିଲା ଲଘୁଚାପ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ୁଛି ଲଘୁଚାପ କ୍ଷେତ୍ର । ଆଜି ସକାଳ ୫ଟା ୩୦ ସୁଦ୍ଧା ଏହା ଦକ୍ଷିଣ ଛତିଶଗଡ଼ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଲଘୁଚାପ ସହ ଜଡ଼ିତ ଘୂର୍ଣ୍ଣିବଳୟ ମଧ୍ୟ ବେଶ୍ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ସୂଚନା ମିଳିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ପାଣିପାଗ ପ୍ରଣାଳୀ ଆହୁରି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଲଘୁଚାପ ଓ ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟର ଗତିବିଧି ଉପରେ ପାଣିପାଗ ବିଭାଗ ନଜର ରଖିଛି ।
