ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ
ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲୋ ପ୍ରେସର। ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତସଂଲଗ୍ନ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ବଢିବ ବର୍ଷାର ପରିମାଣ । ୨୪ରୁ ୨୭ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ପାଇଁ ୱାର୍ଣ୍ଣିଂ ଜାରି । ଓଡ଼ିଶାରେ ପୁଣି ସକ୍ରିୟ ହେବ ବର୍ଷା ।ଆଜି ବର୍ଷା ପାଇଁ ପୂରା ରାଜ୍ୟକୁ ଆଲର୍ଟ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି। ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ରାୟଗଡ଼ା ଓ ଗଜପତିକୁ ଆଲର୍ଟ କରାଯାଇଛି। ବାକି ସବୁ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । IMDର ଆକଳନ ଅନୁସାରେ ୨୪ରୁ ୨୭ ତାରିଖ ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
