ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ସୃଷ୍ଟି ହେବ ଲଘୁଚାପ !

ଆଜି ସୃଷ୍ଟି ହେବ ଲଘୁଚାପ ! । କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ରାଜ୍ୟରେ ୧୭ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ଅର୍ଥାତ ୧୩, ୧୪ ଏବଂ ୧୫ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ବିଜୁଳି, ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।