୧୩ରେ ଲଘୁଚାପ !
୧୩ ତାରିଖରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶ-ପଶ୍ଚିମବଙ୍ଗ ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ସମାନ ଅଞ୍ଚଳରେ ୧୩ ତାରିଖରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଉତ୍ତର ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାମାନଙ୍କରେ ଆଜି ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଗଞ୍ଜାମ, ଅନୁଗୋଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷାର ପ୍ରଭାବ ରହିପାରେ । ଉତ୍ତର ଓଡ଼ିଶାରେ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।
