୬ରେ ଲଘୁଚାପ, ୧୦ ଯାଏଁ ବର୍ଷା
ଅକ୍ଟୋବର ୬ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ତେବେ ଆଜି ୯ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ଜୁନ ୧ରୁ ଏବେ ସୁଧା ୧୦୯୨ ମିଲିମିଟର ବର୍ଷା ହେଇଛି। ସାଧାରଣ ଭାବେ ଏହି ସମୟ ମଧ୍ୟରେ ୧୧୫୦ ମିଲିମିଟର ବର୍ଷା ହୋଇଥାଏ । ଫଳରେ ଏବେ ବି ରାଜ୍ୟରେ ୫ ପ୍ରତିଶତ କମ୍ ବର୍ଷା ହୋଇଥିବା ରେକର୍ଡ ହୋଇଛି।