ରାଜ୍ୟରେ ଲଘୁଚାପ ପ୍ରଭାବ

୫ଜିଲ୍ଲାରେ ଭଲ ବର୍ଷିଲା !

ରାଜ୍ୟରେ ଜାରି ରହିଛି ସକ୍ରିୟ ଲଘୁଚାପର ପ୍ରଭାବ । ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ହୋଇଥିବା ବେଳେ ଏହା ପ୍ରଭାବରେ ଆଜି ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିବା ବେଳେ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ପ୍ରବଳ ବର୍ଷା ସାଙ୍ଗକୁ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ସମୁଦ୍ର ଆଶାନ୍ତ ରହିବ । ତେଣୁ କାଲିଯାଏ ମତ୍ସଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଆଗାମୀ ସମୟରେ ଏହି ବର୍ଷାର ପରିମାଣ ବୃଦ୍ଧି ଘଟିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।