୬ରେ ଆଉ ଏକ ଲଘୁଚାପ!
ଆସନ୍ତା ୬ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇପାରେ । ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଢ଼ି ବର୍ଷା। ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ । ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ସୂଚନାନୁସାରେ, ପଶ୍ଚିମ କେନ୍ଦ୍ରୀୟ ଓ ପାର୍ଶବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏନେଇ ରାଜ୍ୟରେ ହାଲୁକାରୁ ମଧ୍ୟମ ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷାକୁ ନେଇ କୌଣସି ସତର୍କ ସୂଚନା ଦିଆଯାଇନଥିବା ବେଳେ ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି । ବିଜୁଳି ଘଡ଼ଘଡ଼ି ମୁଖ୍ୟତଃ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ରହିବ । ଏଥିପାଇଁ ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ।କୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ୧୪ ଜିଲ୍ଲାରେ ବଜ୍ରପାତ ଓ ବର୍ଷା ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏହି ୩ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଦେବଗଡ, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ବାଲେଶ୍ବର ଓ ଗଜପତି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ।