୧୨ ଘଂଟା ମଧ୍ୟରେ ଲଘୁଚାପ !

ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଆଗାମୀ ୧୨ ଘଂଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୪ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଜିଲ୍ଲାରେ ୨୦ସେଂଟିମିଟରରୁ ଅଧିକ ବର୍ଷା ହେବ । ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳରେ ୭ ଦଶମିକ ୬କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରର ସମାନ ଅଂଚଳରେ ଆଗାମୀ ୧୨ଘଂଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୪୮ଘଂଟାରେ ପ୍ରବଳ ବର୍ଷା ହେବ ।