ପାଣିପାଗକୁ ନେଇ ଆସିଲା ବଡ଼ ସୂଚନା

ଆସୁଛି ଆଉ ଏକ ଲଘୁଚାପ !

ବଙ୍ଗୋପସାଗରରେ ଆସୁଛି ମାଡ଼ି ଆସୁଛି ଆଉ ଏକ ଲଘୁଚାପ । ୨୩ ସୁଦ୍ଧା ଲଘୁଚାପ ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ । ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । କ୍ରମେ ଏହା ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  । ତେବେ ସବୁଠାରୁ ବଡ଼ କଥା ହେଲା ଲଘୁଚାପର ପ୍ରଭାବ କିଭଳି ରହିବ, ଏଯାଏଁ ସ୍ପଷ୍ଟ ହୋଇନି ।

Leave a Reply

Your email address will not be published. Required fields are marked *