୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଆଜି ଲଘୁଚାପ, ୬ ଦିନ ପ୍ରବଳ ବର୍ଷିବ

ଆଜି ଲଘୁଚାପ, ୬ ଦିନ ପ୍ରବଳ ବର୍ଷିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ସମାନ ଅଞ୍ଚଳରେ ଆଜି ଲଘୁଚାପ ସୃଷ୍ଟି ହେବ । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ । ୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୬ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ସେହିପରି ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଆସନ୍ତକାଲି ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *