ଅବପାତର ରୂପ ନେଲା ଲଘୁଚାପ
ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ ଚାଲିଥିବାବେଳେ ଏଥିଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ କହିଛି। ଆଇଏମ୍ଡିର ସୂଚନା ଅନୁଯାୟୀ, ମଲାକ୍କା ଷ୍ଟ୍ରେଟ୍ ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ରବିବାର ଏକ ସୁଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।
