୧୦ଟାରେ ଉଠିବ ମହାଦୀପ
ପାଖେଇ ଆସୁଛି ପବିତ୍ର ଶିବରାତ୍ରୀ । ଆସନ୍ତା ୨୬ ରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି । ମହାଶିବରାତ୍ରୀ ନେଇ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଚଳିତ ବର୍ଷ ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ । ତାହା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । ବୈଠକରେ କିଭଳି ଶାନ୍ତିପୂର୍ଣ୍ଣ ଭାବେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ସମ୍ପନ୍ନ ହେବା, ଠିକ୍ ସମୟରେ ମହାଦୀପ ଉଠିବା ଉପରେ ଗୁରୁତ୍ବ ଦେବା ସହ ଟ୍ରାଫିକ୍ ସୁପରିଚାଳନା, ପାଣି ଓ ବିଦ୍ୟୁତ୍ ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ ଆଦି ବିଷୟ ଉପରେ ବ୍ୟାପକ ଆଲୋଚନା ହୋଇଥିଲା । ପୂର୍ବରୁ ଖୁବ୍ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆସିବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ। ନୂଆ ଆଇନ ପାଇଁ କେନ୍ଦ୍ର ସରକାର ଯେଉଁ ସ୍ପଷ୍ଟୀକରଣ ମାଗିଥିଲେ, ତାହା ପ୍ରସ୍ତୁତ ହୋଇ ସାରିଛି। ବଦଳିବା ପରେ ଡ୍ରାଫ୍ଟ ହୋଇଛି । ତାକୁ ରାଷ୍ଟ୍ରପତି ଏବଂ କେନ୍ଦ୍ର ସରକାରଙ୍କ ଅନୁମତି ପାଇଁ ଯିବ। ଖୁବ୍ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆସିବ ବୋଲି ସେ କହିଥିଲେ ।
