ମାହାଙ୍ଗା ଡବଲ ମର୍ଡର ମାମଲାରେ ବଡ଼ ରାୟ

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ ଜେଲ୍

ମାହାଙ୍ଗା ଡବଲ ମର୍ଡର ମାମଲାରେ ଆସିଲା ବଡ଼ ରାୟ । ୯ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସାଲେପୁର ଏଡିଜେ । ତେବେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି କୋର୍ଟ । ୨ ଜାନୁଆରୀ ୨୦୨୧ରେ ଘଟିଥିଲା ଏହି ବହୁ ଚର୍ଚ୍ଚିତ ଡବଲ ମର୍ଡର । ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ତେବେ ଏହି ଘଟଣାରେ ବିଜେଡି ନେତା ତଥା ସେତେବେଳର ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଅଭିଯୋଗ ଆସିଥିଲା । ଅଭିଯୋଗ ପରେ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଚାର୍ଜସିଟରେ ଉଲ୍ଲେଖ କରିଥିଲା ପୋଲିସ । ତେବେ ଚାର୍ଜସିଟରୁ ତାଙ୍କ ନାଁ ହଟାଇବାକୁ ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି । ମାମଲା ଏବେ ହାଇକୋର୍ଟରେ ବିଚାରାଧିନ ଅଛି । ଏହି ଡବଲ ମର୍ଡର ଘଟଣାକୁ ନେଇ ସେତେବେଳେ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା ।