ମାହାଙ୍ଗା ଡବଲ ମର୍ଡର ମାମଲା, ବଢିଲା ପ୍ରତାପ ଜେନାଙ୍କ ଅଡୁଆ
ମାହାଙ୍ଗା ଡବଲ ମର୍ଡର ମାମଲା, ବଢିଲା ପ୍ରତାପ ଜେନାଙ୍କ ଅଡୁଆ । ମାମଲାକୁ ବିଚାର ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ । ୪ସପ୍ତାହ ଭିତରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ନିଦେ୍ର୍ଦଶ । ରାଜ୍ୟ ସରକାରଙ୍କୁ ଜବାବ ତଲବ ପାଇଁ ନିର୍ଦ୍ଦେଶ । ମୃତ କୁଳମଣୀ ବରାଳଙ୍କ ପୁଅ ରଞ୍ଜିତ ବରାଳ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ସୂଚନା ଅନୁସାରେ, ମାହାଙ୍ଗା ଡବଲ ମର୍ଡର ଘଟଣାରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଅଭିଯୋଗକାରୀ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ୧୩ଜଣଙ୍କ ନାଁରେ ଆଭିଯୋଗ କରିଥିଲେ । ୧୩ଜଣ ଅଭିଯୁକ୍ତଙ୍କ ମଧ୍ୟରେ ୨ଜଣଙ୍କୁ ଗିରଫ କରାଯାଇଥିଲା । ଏତଲା ଅନୁସାରେ ୧୩ତମ ଅଭିଯୁକ୍ତ ଥିଲେ ବିଧାୟକ ପ୍ରତାପ ଜେନା । ହେଲେ ପରବର୍ତ୍ତି ସମୟରେ ବିଧାୟକଙ୍କ ନାଁକୁ ଏଫଆଇଆରରୁ ହଟାଇ ଦିଆଯାଇଥିଲା । ଏହା ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଆଭିଯୋଗକାରୀ ରମାକାନ୍ତ । ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ଚାର୍ଜସିଟ୍ କରିବାକୁ ମାହାଙ୍ଗା ଥାନା ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମଏଫସି । ସେହିବର୍ଷ ଅଗଷ୍ଟ ମାସରୁ ଏହି ନିର୍ଦ୍ଦେଶ ଦିଆଯାଇଥିଲେ ବି ସମୟ ଗଡାଇଚାଲିଥିଲା ପୋଲିସ । ଏହାକୁ ନେଇ କ୍ଷୋଭ ପ୍ରକାଶ କରିଥିଲେ କୋର୍ଟ । ସେହିବର୍ଷ ନଭେମ୍ବର ୨୫ତାରିଖ ସୁଦ୍ଧା ଚାର୍ଜସିଟ୍ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ବାପାଙ୍କ ମୃତ୍ୟୁ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ କରିବା ପାଇଁ ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବରାଳ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ ।
