ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି
ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍ଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ ଜମିରେ ଗାଈ ଫାର୍ମ କରାଯିବା ପାଇଁ ଚିଠିରେ ଉଲ୍ଲେଖ ରହିଥିବାବେଳେ ମହାପ୍ରଭୁଙ୍କ ଗଚ୍ଛିତ ଅର୍ଥରେ ଗୋ’ଶାଳା ଏବଂ ଡାଏରୀ ଫାର୍ମ କରାଯିବାକୁ ସୁଆର ମହାସୁଆର ସେବାୟତ ନିଯୋଗ ଚିଠି ଲେଖିଛନ୍ତି । ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍ଫେଡ ଘିଅ ବ୍ୟବହାର ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍ଫେଡ୍କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ ଏକ ସ୍ବତନ୍ତ୍ର ଡିପୋ ଖୋଲିବା ଲାଗି ଓମ୍ଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ।